Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:32 - ଓଡିଆ ବାଇବେଲ

32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,’ ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ତ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା , ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”

Gade chapit la Kopi

ପବିତ୍ର ବାଇବଲ

32 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିହିଲାମୀୟ ଶମୟିୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା। ଏହି ଲୋକମାନଙ୍କ ମଧ୍ୟରେ ବାସ କରିବାକୁ ତାହାର କେହି ରହିବେ ନାହିଁ। ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ପାଇଁ ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ।’” ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ଶମୟିୟକୁ ଦଣ୍ଡ ଦେବା, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”

Gade chapit la Kopi




ଯିରିମୀୟ 29:32
24 Referans Kwoze  

ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”


ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ।


ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”


ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।”


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।’”


ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା,” ସଦାପ୍ରଭୁ କହନ୍ତି, “ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”


ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତ କାଳ ଉଲ୍ଲିଖିତ ହେବ ନାହିଁ।


ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।


ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।


ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,


ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,


ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା;” ମାତ୍ର ସେମାନେ ଶୁଣିଲେ ନାହିଁ।


ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”


ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ, ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।”


Swiv nou:

Piblisite


Piblisite