Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:10 - ଓଡିଆ ବାଇବେଲ

10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।”

Gade chapit la Kopi

ପବିତ୍ର ବାଇବଲ

10 ଏସବୁ ସତ୍ତ୍ୱେ ଇସ୍ରାଏଲର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଆସିଲା ନାହିଁ। ମାତ୍ର ସେ ଆମ୍ଭ ନିକଟକୁ ଆସିଛି ବୋଲି କେବଳ ଛଳନା କଲା।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 3:10
13 Referans Kwoze  

ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।


ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।


ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।


ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”


ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।


ପୁଣି, ଯୋଶୀୟ ଇସ୍ରାଏଲ ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନ ଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।


ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।


ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”


“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।


Swiv nou:

Piblisite


Piblisite