Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:21 - ଓଡିଆ ବାଇବେଲ

21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ଵର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୁକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ପକାଇ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

21 ବୃକ୍ଷଶୂନ୍ୟ ପାହାଡ଼ ଉପରେ ଇସ୍ରାଏଲ ଲୋକମାନଙ୍କର ରୋଦନ ତୁମ୍ଭେମାନେ ଶୁଣିବ। ସେମାନେ ଜୋ‌ର୍‌ରେ ଚିତ୍କାର କରୁଛନ୍ତି, ଏବଂ କରୁଣା ପାଇଁ ପ୍ରାର୍ଥନା କରୁଛନ୍ତି। କାରଣ ସେମାନେ କୁଟିଳ ପଥଗାମୀ ହୋଇଛନ୍ତି ଓ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ପାଶୋରି ଦେଇଛନ୍ତି।

Gade chapit la Kopi




ଯିରିମୀୟ 3:21
24 Referans Kwoze  

କାରଣ ଈଶ୍ୱରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।


ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”


ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।


କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।


କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;


ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।


ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।


ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।


କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”


ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।


ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।


ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।


ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।


ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;


ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ?


ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।


ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;


Swiv nou:

Piblisite


Piblisite