Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:24 - ଓଡିଆ ବାଇବେଲ

24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟ କାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମ-ଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଗ୍ରାସ କରିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।

Gade chapit la Kopi

ପବିତ୍ର ବାଇବଲ

24 ମାତ୍ର ସେ ଲଜ୍ଜାସ୍ପଦ ବା‌ଲ୍‌ଦେବତା ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ, ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଭକ୍ଷ୍ୟଣ କରିଅଛି।

Gade chapit la Kopi




ଯିରିମୀୟ 3:24
12 Referans Kwoze  

ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


ତାହା ମଧ୍ୟ ଯାରେବ ରାଜାର ଭେଟୀ ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।


“ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ।


କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍‍, ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।”


ଦାନ୍‍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;


ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, “ମୁଁ ଶୁଣିବି ନାହିଁ;” ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।


ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;


ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।”


ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


“ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।


Swiv nou:

Piblisite


Piblisite