Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:9 - ଓଡିଆ ବାଇବେଲ

9 ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।

Gade chapit la Kopi

ପବିତ୍ର ବାଇବଲ

9 ଯିହୁଦା ବେଖାତିରି କରି ବ୍ୟଭିଗ୍ଭର କଲା ଓ ଦେଶକୁ ‘ଅଶୁଚି’ କଲା। ଆଉ ସେ ମଧ୍ୟ କାଠ ଓ ପଥର ସଙ୍ଗେ ବ୍ୟଭିଗ୍ଭର କଲା।

Gade chapit la Kopi




ଯିରିମୀୟ 3:9
16 Referans Kwoze  

ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”


ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।


ଉପତ୍ୟକାର ଚିକ୍‍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା ?


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।


ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ୍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ।


ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।


ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”


ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ।


ଏହି ପ୍ରକାରେ ମିସ୍ରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଚିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।


ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;


ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।


ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।


Swiv nou:

Piblisite


Piblisite