ଯିରିମୀୟ 30:10 - ଓଡିଆ ବାଇବେଲ10 ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।’ Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Gade chapit laପବିତ୍ର ବାଇବଲ10 ଏଣୁ ସଦାପ୍ରଭୁ କହନ୍ତି, “ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ୱ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ। କେହି ତାହାକୁ ଭୟ ଦେଖାଇବେ ନାହିଁ।” Gade chapit la |
ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।”