Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:14 - ଓଡିଆ ବାଇବେଲ

14 ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହେବେ। ଏହା ସଦାପ୍ରଭୁ କହନ୍ତି।”

Gade chapit la Kopi




ଯିରିମୀୟ 31:14
32 Referans Kwoze  

କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।’”


ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ ।


ଆଉ ସେହି ପ୍ରକାରେ ଈଶ୍ୱରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ ।


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।


ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।


ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।


ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।


ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।


ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।


କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥା’ନ୍ତି, ସେଠାକୁ ଇସ୍ରାଏଲ ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।


ଏଣୁ ଏବେ, ହେ ସଦାପ୍ରଭୁ, ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ ସ୍ଥାନକୁ ଗମନ କର; ହେ ସଦାପ୍ରଭୁ, ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।


ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।”


ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି ? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।


ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”


ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।


ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।


ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।


ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ।


Swiv nou:

Piblisite


Piblisite