Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:2 - ଓଡିଆ ବାଇବେଲ

2 ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହ ପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ଏହି କଥା କହନ୍ତି, ଖଡ଼୍‍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହ ପ୍ରାପ୍ତ ହେଲେ, ଅର୍ଥାତ୍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ କହନ୍ତି, “‌‌ଖ‌ଡ଼୍‌ଗରୁ ରକ୍ଷା ପାଇଥିବା ଲୋକମାନେ ପ୍ରାନ୍ତରରେ ଆଶ୍ରୟ ପାଇବେ, ଯେତେବେଳେ ଇସ୍ରାଏଲ ବିଶ୍ରାମ ଗ୍ଭହିଁଲେ।”

Gade chapit la Kopi




ଯିରିମୀୟ 31:2
32 Referans Kwoze  

ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।


ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି ।


ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏ ପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।


ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।


ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”


ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”


“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀକାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେ ସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍‍ଠାରୁ ସୁକ୍‍କୋତକୁ ଯାତ୍ରା କଲେ।


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।


ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।”


Swiv nou:

Piblisite


Piblisite