Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:34 - ଓଡିଆ ବାଇବେଲ

34 ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି, ତୁମ୍ଭେମାନେ ପରମେଶ୍ଵରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”

Gade chapit la Kopi

ପବିତ୍ର ବାଇବଲ

34 ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”

Gade chapit la Kopi




ଯିରିମୀୟ 31:34
42 Referans Kwoze  

ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ ।


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ ।


ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।


ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।


ସଦାପ୍ରଭୁ କହନ୍ତି, “ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।”


ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ୱରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ । ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ ।


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ ।


ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ ।


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।’


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି ।


ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।


କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ୱରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ ।


ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,


ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।


ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।


କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,


ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।


ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।


ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି ।


କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,


ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ସେମାନେ ଆମ୍ଭର ଲୋକ ହେବେ ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ ।


ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋ’ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।


ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।


ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।”


ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।


ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”


ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।


“ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।”


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।


Swiv nou:

Piblisite


Piblisite