Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:17 - ଓଡିଆ ବାଇବେଲ

17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;

Gade chapit la Kopi

ପବିତ୍ର ବାଇବଲ

17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ୟ କିଛି ନାହିଁ।

Gade chapit la Kopi




ଯିରିମୀୟ 32:17
49 Referans Kwoze  

କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ ।


“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି ?”


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।


“ହେ ସଦାପ୍ରଭୁ, ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଂକଳ୍ପ ନିବାରଣ କରାଯାଇ ନ ପାରେ।


ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ ।


ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।


‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।


କିନ୍ତୁ ସେ କହିଲେ, ଯାହା ମଣିଷର ଅସମ୍ଭବ, ତାହା ଈଶ୍ୱରଙ୍କର ସମ୍ଭବ ।


ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।


ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।


ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।


ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।


କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।


ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;


ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”


ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।”


ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,


ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି ।


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।


ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?


ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ ?”


ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ ?”


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”


ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ୱରଙ୍କ ନିମନ୍ତେ ସମସ୍ତ ସାଧ୍ୟ ।


ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।


ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।


“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।


ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।’


ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି ?


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”


Swiv nou:

Piblisite


Piblisite