Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:8 - ଓଡିଆ ବାଇବେଲ

8 ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋ’ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ-ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ବିନୟ କରୁଅଛି, ବିନ୍ୟାମୀନ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର। ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।

Gade chapit la Kopi

ପବିତ୍ର ବାଇବଲ

8 “ତତ୍ପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ମୋର ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ମୁଁ ଅନୁରୋଧ କରୁଛି, ଅନାଥୋ‌‌‌ତ୍‌‌‌ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର, ଯାହା ବିନ୍ୟାମୀନଙ୍କର ଗୋଷ୍ଠୀୟରେ ଅଛି। କାରଣ ତାହାକୁ କ୍ରୟ କରିବାର ଅଧିକାର କେବଳ ତୁମ୍ଭର ଅଛି।’” “ତେଣୁ ଏହା ସଦାପ୍ରଭୁଙ୍କର ବାର୍ତ୍ତା ଥିଲା ବୋଲି ମୁଁ ଜାଣିଲି।”

Gade chapit la Kopi




ଯିରିମୀୟ 32:8
15 Referans Kwoze  

‘ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।”’”


ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।


ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”


ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ‍୍ ସେହି ସମୟରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ ।


ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋ’ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ।


ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍‍, ତହିଁର ତଳିଭୂମି ଓ ଅନାଥୋତ୍‍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।


ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁ ଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋ’ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋ’ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।


ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍‍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;


ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ;’ ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।”


ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।


ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି।


Swiv nou:

Piblisite


Piblisite