Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:12 - ଓଡିଆ ବାଇବେଲ

12 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତିସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।

Gade chapit la Kopi

ପବିତ୍ର ବାଇବଲ

12 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଏହି ଜନଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସ ସ୍ଥାନରେ ଓ ତହିଁର ସକଳ ନଗରରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ। ସେମାନେ ସେ ସ୍ଥାନରେ ଆପଣା ଆପଣା ମେଷପଲକୁ ବିଶ୍ରାମ କରାଇବେ।

Gade chapit la Kopi




ଯିରିମୀୟ 33:12
17 Referans Kwoze  

ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍‍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।


ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’


ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।’


ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।


ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।


ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?


ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’”


ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି।


ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି ?


ତହିଁରେ ଲୋକମାନେ କହିବେ, “ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀରବେଷ୍ଟିତ ଓ ବସତିସ୍ଥାନ ହୋଇଅଛି।


Swiv nou:

Piblisite


Piblisite