Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:18 - ଓଡିଆ ବାଇବେଲ

18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ ଓ ଭକ୍ଷ୍ୟ-ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

18 ପୁଣି ଆମ୍ଭ ସମ୍ମୁଖରେ ହୋମବଳି ଶସ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ବଂଶରୁ ଜଣେ ଯାଜକ ସର୍ବଦା ରହିବ।”

Gade chapit la Kopi




ଯିରିମୀୟ 33:18
21 Referans Kwoze  

ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।


କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ପୁଣି, ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।


ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।


ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


କୁଷ୍ଠ ରୋଗର ଘା’ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ।


ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।


ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।


ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।’”


ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥ-ଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।’”


Swiv nou:

Piblisite


Piblisite