Biblia Todo Logo
Bib sou entènèt

- Piblisite -




ଯିରିମୀୟ 34:4 - ଓଡିଆ ବାଇବେଲ

4 ତଥାପି ହେ ସିଦିକୀୟ ଯିହୁଦାର ରାଜନ୍‍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ‘ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ଼୍‍ଗ ଦ୍ଵାରା ମରିବ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ହେ ସିଦିକୀୟ ଯିହୁଦାର ରାଜନ୍‍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

4 ମାତ୍ର ହେ ଯିହୁଦାର ସିଦିକିୟ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି। ତୁମ୍ଭେ ‌‌ଖ‌ଡ଼୍‌ଗରେ ନିହତ ହେବ ନାହିଁ।

Gade chapit la Kopi




ଯିରିମୀୟ 34:4
7 Referans Kwoze  

ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।’


ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପ ଦାହ କରିବେ; ଆଉ, “ହାୟ ପ୍ରଭୁ ! ହାୟ ପ୍ରଭୁ !” ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।’”


ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।”


ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, “ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍‍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”


ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।


Swiv nou:

Piblisite


Piblisite