Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:1 - ଓଡିଆ ବାଇବେଲ

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

1 ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱ କାଳରେ ସଦାପ୍ରଭୁଙ୍କ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 35:1
14 Referans Kwoze  

ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;


ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ୱର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।


ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହିସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।


ଯିହୁଦାର ରାଜା ଯିହୋୟାକୀମ୍‍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।


ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।


ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।’


ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।


ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,


ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ରାଜତ୍ୱର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,


ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍‍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା; ମାତ୍ର ସେ ଯିହୋୟାହସ୍‌ଙ୍କୁ ନେଇ ଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।


ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;


Swiv nou:

Piblisite


Piblisite