Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:7 - ଓଡିଆ ବାଇବେଲ

7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ଵୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’

Gade chapit la Kopi

ପବିତ୍ର ବାଇବଲ

7 ଆଉ ମଧ୍ୟ ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ, କିଅବା ବୀଜ ବୁଣିବ ନାହିଁ କିଅବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ ଅବା ତହିଁର ଅଧିକାରୀ ହେବ ନାହିଁ। ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’

Gade chapit la Kopi




ଯିରିମୀୟ 35:7
11 Referans Kwoze  

ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍‍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।’


ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁମନୁଷ୍ୟ ଓ ତମ୍ବୁବାସୀ ହେଲା।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,


ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।


ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ;


Swiv nou:

Piblisite


Piblisite