Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:10 - ଓଡିଆ ବାଇବେଲ

10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶସ୍ଥାନ ନିକଟରେ, ଶାଫନ ଲେଖକର ପୁତ୍ର ଗମରୀୟର କୋଠରୀରେ, ସେହି ପୁସ୍ତକରୁ ଯିରିମୀୟଙ୍କର କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।

Gade chapit la Kopi

ପବିତ୍ର ବାଇବଲ

10 ସେତେବେଳେ ବାରୂକ ସେହି ନଳାକାର ପୁସ୍ତକ ଲିଖିତ ଯିରିମିୟଙ୍କ ସମସ୍ତ ବାକ୍ୟ ପାଠ କଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ମନ୍ଦିରର ନୂତନ ଫାଟକ ନିକଟରେ ଓ ଶାଫନ ଲେଖକର ପୁତ୍ର ଗମରିୟର କୋଠରୀରେ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚରରେ ତାହା ପାଠ କଲେ।

Gade chapit la Kopi




ଯିରିମୀୟ 36:10
17 Referans Kwoze  

ପୁଣି, ଶାଫନ୍‍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,


ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।


ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।


ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍‍ନାଥନ୍‍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।


ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;


ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା।


ଏଣୁ ତୁମ୍ଭେ ଯାଅ, ପୁଣି ମୋ’ ମୁଖରୁ ଶୁଣି ଯାହା ଯାହା ଏହି ନଳାକାର ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ।


ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍‍ଦଲୀୟର ପୁତ୍ର ହାନନ୍‍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍‍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା;


ଯିହୁଦାର ରାଜା ସିଦିକୀୟ ଦ୍ୱାରା ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନ୍‍ର ପୁତ୍ର ଇଲୀୟାସା ହିଲ୍‍କିୟର ପୁତ୍ର ଗମରୀୟର ହସ୍ତ ଦ୍ୱାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା,


ମାତ୍ର ଶାଫନ୍‍ର ପୁତ୍ର ଅହୀକାମ୍ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।


ଏଥିଉତ୍ତାରେ ହିଲ୍‍କିୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।


ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।


ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;


ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।


ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”


ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମ-ବଳି ଧୌତ କଲେ


ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମର ପୌତ୍ର ଅତ୍‍ସଲୀୟର ପୁତ୍ର ଶାଫନ୍‍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,


Swiv nou:

Piblisite


Piblisite