Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:19 - ଓଡିଆ ବାଇବେଲ

19 ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”

Gade chapit la Kopi

ପବିତ୍ର ବାଇବଲ

19 ତାହାପରେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମିୟ ଯାଇ କୁହ। ଆଉ କେଉଁଠାରେ ଅଛ ତାହା ଅନ୍ୟକୁ ଜଣାଅ ନାହିଁ।”

Gade chapit la Kopi




ଯିରିମୀୟ 36:19
12 Referans Kwoze  

ଯଥା, ତୁମ୍ଭେ ଏଠାରୁ ଯାଇ ପୂର୍ବଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।


ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲ୍‍ର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋ’ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ସେ ଏଠାରେ ନାହିଁ ବୋଲି ସେମାନେ କହିଲେ, “ସେ ସେହି ରାଜ୍ୟ ଓ ଗୋଷ୍ଠୀକି ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।”


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା )।


ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ ।


ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି ।


ଆହୁରି, ଅମତ୍‍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।


ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି ?


ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”


Swiv nou:

Piblisite


Piblisite