Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:29 - ଓଡିଆ ବାଇବେଲ

29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।

Gade chapit la Kopi

ପବିତ୍ର ବାଇବଲ

29 ପୁଣି ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କୁ ତୁମ୍ଭେ ଏହା କହିବ, ‘ସଦାପ୍ରଭୁ ଏହା କହନ୍ତି, “ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ। ଆଉ ଏହାକୁ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ। ଏପରି କଥା ସେଥିରେ ଅଛି? ଏଥି ସକାଶେ ତୁମ୍ଭେ ଏହି ପୁସ୍ତକ ଦ‌ଗ୍‌ଧ କରିଅଛ।”

Gade chapit la Kopi




ଯିରିମୀୟ 36:29
21 Referans Kwoze  

ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;


ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର ! ମୃତ୍ତିକା କ’ଣ ତା’ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ ? ଅବା ତୁମ୍ଭର କର୍ମ କ’ଣ କହିବ, ତାହାର ହସ୍ତ ନାହିଁ ?


ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।


ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;


ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।


ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା ? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ ?


କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ ।


"ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।"


ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।


କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।’”


ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ ?


କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍‍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍‍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।”


ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍‍ ହେଲା।


Swiv nou:

Piblisite


Piblisite