Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:31 - ଓଡିଆ ବାଇବେଲ

31 ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା;” ମାତ୍ର ସେମାନେ ଶୁଣିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

31 ପୁଣି ଆମ୍ଭେ ରାଜା ଯିହୋୟାକୀ‌‌‌ମ୍‌‌‌କୁ, ତାହାର ବଂଶଧରକୁ ଓ ତାହାର ସମସ୍ତ ଦାସଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା। ଆଉ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେଉଁସବୁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୁଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ଘଟାଇବା। କାରଣ ସେମାନେ ଆମ୍ଭ କଥା ଶୁଣିଲେ ନାହିଁ।”’

Gade chapit la Kopi




ଯିରିମୀୟ 36:31
16 Referans Kwoze  

ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।


ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍‍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।”


“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।’”


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।


ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।


ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।’”


ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,’ ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।”


ଆଉ, ସେ ଯିହୋୟାକୀମ୍‍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।


ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।


ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।


ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।


Swiv nou:

Piblisite


Piblisite