Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:16 - ଓଡିଆ ବାଇବେଲ

16 ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

16 ତହୁଁ ସିଦିକିୟ ରାଜା ଗୋପନରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”

Gade chapit la Kopi




ଯିରିମୀୟ 38:16
13 Referans Kwoze  

ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି ?” ତହିଁରେ ଯିରିମୀୟ କହିଲେ, “ଆସିଅଛି।” ସେ ଆହୁରି କହିଲେ, “ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”


ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ ।


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।


କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?”


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ ?


ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;


ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।


କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି ।


କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, "କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।"


Swiv nou:

Piblisite


Piblisite