Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:20 - ଓଡିଆ ବାଇବେଲ

20 ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ଯିରିମୀୟ କହିଲେ, ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ଵାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ: ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ

20 କିନ୍ତୁ ଯିରିମିୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନୟ କରୁଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ରହିବ।

Gade chapit la Kopi




ଯିରିମୀୟ 38:20
20 Referans Kwoze  

ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।


ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରି ଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍‍ ଠିଆହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋ’ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”


ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛି ।


କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ ।


ଆହୁରି ମଧ୍ୟ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।


ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ ।


ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।


ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,


ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।”


ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ ?”


ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।’


ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।’”


ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:


ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।”


ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।


କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।


ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍‍ରେ କେହି ନ ଥିବ।


Swiv nou:

Piblisite


Piblisite