Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:21 - ଓଡିଆ ବାଇବେଲ

21 ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ଯେବେ ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:

Gade chapit la Kopi

ପବିତ୍ର ବାଇବଲ

21 ମାତ୍ର ଯଦି ଆପଣ ସଦାପ୍ରଭୁଙ୍କ ବାକ୍ୟ ନ ମାନି କ‌‌ଲ୍‌‌ଦୀୟମାନଙ୍କର ଅଧୀନତା ସ୍ୱୀକାର ନ କରିବ, ତେବେ ସଦାପ୍ରଭୁ ମୋତେ ଯେଉଁ କଥା ଜଣାଇ ଅଛନ୍ତି, ତାହା ହେଉଛି ଏହା।

Gade chapit la Kopi




ଯିରିମୀୟ 38:21
20 Referans Kwoze  

ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !


କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।


କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ’ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ।


ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।


ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ?


ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।


ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦ୍‍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’


ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖ ନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।


Swiv nou:

Piblisite


Piblisite