Biblia Todo Logo
Bib sou entènèt

- Piblisite -




ଯିରିମୀୟ 4:18 - ଓଡିଆ ବାଇବେଲ

18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”

Gade chapit la Kopi

ପବିତ୍ର ବାଇବଲ

18 “ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟାସବୁ ତୁମ୍ଭ ପ୍ରତି ଦୁଃଖ ଘଟାଇଅଛି। ସେହି ମନ୍ଦ କ୍ରିୟା ତୁମ୍ଭର ଜୀବନକୁ ଦୁଃସହ କରିଛି। ଏହା ଅତ୍ୟନ୍ତ ତିକ୍ତ ଓ ମର୍ମଭେଦକ।”

Gade chapit la Kopi




ଯିରିମୀୟ 4:18
15 Referans Kwoze  

ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।


ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ ?


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।


ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।


ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।


ଆଉ, ତୁମ୍ଭେମାନେ ଯେତେବେଳେ କହିବ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,” ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, “ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।”


ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।


ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।


ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ।


ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।


ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।’”


ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।


Swiv nou:

Piblisite


Piblisite