Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:5 - ଓଡିଆ ବାଇବେଲ

5 ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯଦି ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯେବେ ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ଵସ୍ତ ସାକ୍ଷୀ ହେଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯଦି ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ସେମାନେ ଯିରିମିୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯେବେ ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ବିପକ୍ଷରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହୁଅନ୍ତୁ।

Gade chapit la Kopi




ଯିରିମୀୟ 42:5
17 Referans Kwoze  

ତୁମ୍ଭେ ଯଦି ମୋ’ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”


ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।


ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ୱରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।


ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।


କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ୱରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ,


ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।


ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋ’ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।


ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି; ତହିଁରେ ସେମାନେ କହିଲେ, ସାକ୍ଷୀ ଅଛନ୍ତି।


ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”


ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।


ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ, ଏକଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;


ଏହିରୂପେ କାରେହର ପୁତ୍ର ଯୋହାନନ୍‍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’


Swiv nou:

Piblisite


Piblisite