ଯିରିମୀୟ 44:6 - ଓଡିଆ ବାଇବେଲ6 ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହେତୁ ଆମ୍ଭର ପ୍ରଚଣ୍ତ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ଵଳିତ ହେଲା, ପୁଣି ଆଜିର ନ୍ୟାୟ ସେସବୁ ଉତ୍ସନ୍ନ ଓ ଧ୍ଵଂସିତ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି। Gade chapit laପବିତ୍ର ବାଇବଲ6 ତେଣୁ ଆମ୍ଭେ ଆମ୍ଭର ପ୍ରଚଣ୍ଡ କ୍ରୋଧ ଓ କୋପ ପ୍ରକାଶ କଲୁ। ଯିହୁଦାର ନଗର ସମୂହ ଓ ଯିରୁଶାଲମର ସମସ୍ତ ପଥ ସେହି କ୍ରୋଧାଗ୍ନିରେ ପ୍ରଜ୍ୱଳିତ ହେଲା। ଆଉ ମୋର କ୍ରୋଧ ଯୋଗୁଁ ଯିରୁଶାଲମ ଓ ଯିହୁଦାର ନଗରସବୁ ଆଜି ଧ୍ୱଂସସ୍ତୁପରେ ପରିଣତ ହୋଇଅଛି।’ Gade chapit la |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।’
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”