Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:10 - ଓଡିଆ ବାଇବେଲ

10 କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ଼୍‍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।

Gade chapit la Kopi

ପବିତ୍ର ବାଇବଲ

10 “କିନ୍ତୁ ସେତେବେଳେ ଆମ୍ଭର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ପ୍ରତିଶୋଧ ନେବେ ଓ ସେହି ଦିନ ବିପକ୍ଷମାନଙ୍କୁ ପ୍ରତିଫଳ ଦେବେ। ‌‌ଖ‌ଡ଼୍‌ଗ ସମସ୍ତଙ୍କୁ ନିଃଶେଷ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନକରି ତୃଷା ନିବାରଣ କରିବ। କାରଣ ଉତ୍ତର ଦେଶରେ ଫରାତ୍ ନଦୀ ନିକଟରେ ଆମ୍ଭମାନଙ୍କର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞସ୍ଥଳୀ ଅଛି।

Gade chapit la Kopi




ଯିରିମୀୟ 46:10
25 Referans Kwoze  

ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।


ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।


ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।


ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍‍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।


କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ ।


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।


ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।


ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।


ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;


କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ ?


ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇ ଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।


ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,


ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡେ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।”


କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;


Swiv nou:

Piblisite


Piblisite