Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:12 - ଓଡିଆ ବାଇବେଲ

12 ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଗୋଷ୍ଠୀଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

12 ଗୋଷ୍ଠୀଗଣ ତୁମ୍ଭର କ୍ରନ୍ଦନ ଶୁଣିବେ। ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ ହେବ। କାରଣ ‘ବୀର ସୈନିକ’ ଅନ୍ୟ ଜଣେ ‘ବୀର ସୈନିକ’ ଉପରେ ଝୁଣ୍ଟି ପଡ଼ିବ ଓ ସେ ଦୁହେଁ ଏକତ୍ର ପଡ଼ିବେ।”

Gade chapit la Kopi




ଯିରିମୀୟ 46:12
17 Referans Kwoze  

ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍‍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।


ଯିହୁଦା ଶୋକ କରୁଅଛି ଓ ତହିଁର ନଗର ଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।


ପୁଣି, “ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।


ପୁଣି, ସଦାପ୍ରଭୁ କହନ୍ତି, ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପ-ପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।


ବାବିଲରୁ କ୍ରନ୍ଦନର ରବ ଓ କଲ୍‍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି !


ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣାଯାଉଅଛି।


ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାରଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।


ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।


ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


“ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’”


ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।”


ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।


Swiv nou:

Piblisite


Piblisite