Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:18 - ଓଡିଆ ବାଇବେଲ

18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।

Gade chapit la Kopi

ପବିତ୍ର ବାଇବଲ

18 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ଯିଏ କି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।

Gade chapit la Kopi




ଯିରିମୀୟ 46:18
20 Referans Kwoze  

ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି।


ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ ?


ପୁଣି ସେ ସୀମା ତାବୋର ଓ ଶହତ୍‍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ମହାନ୍ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”


କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।


କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;


ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।


ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, “ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, “ପ୍ରଭୁ ସଦାପ୍ରଭୁ ଜୀବିତ” ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।’


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


କେଦଶ୍‍ର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।


ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି।


ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ ! ଆମ୍ଭେମାନେ ବିନଷ୍ଟ ହେଲୁ।


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି।” ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।


Swiv nou:

Piblisite


Piblisite