Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:19 - ଓଡିଆ ବାଇବେଲ

19 ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ଵକୁ ଯିବା ପାଇଁ ଆପଣାର ସମ୍ଵଳ ପ୍ରସ୍ତୁତ କର; କାରଣ ନୋଫ ଧ୍ଵଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।

Gade chapit la Kopi

ପବିତ୍ର ବାଇବଲ

19 ହେ ମିଶରର କନ୍ୟା, ତୁମ୍ଭେ ନିର୍ବାସନ ଯିବା ପାଇଁ ନିଜକୁ ପ୍ରସ୍ତୁତ କର। କାରଣ ନୋଫ ଧ୍ୱଂସପ୍ରାପ୍ତ ଓ ଦ‌ଗ୍‌ଧିଭୂତ ହେବ। ସେଠାରେ କେହି ଲୋକ ବାସ କରିବେ ନାହିଁ।

Gade chapit la Kopi




ଯିରିମୀୟ 46:19
14 Referans Kwoze  

ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।


ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗ ସବୁ ନଷ୍ଟ କରିଅଛି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।


ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍‍ଦୋଲରେ ଓ ତଫନ୍‍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,


ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।


ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”


ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।


ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।


“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’


କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି-ସ୍ଥାନ ନୋହିବ।


ପୁଣି, ଆମ୍ଭେ ମିସର ଦେଶକୁ ଧ୍ୱଂସିତ ଦେଶସମୂହର ମଧ୍ୟରେ ଧ୍ୱଂସସ୍ଥାନ କରିବା ଓ ତାହାର ନଗରସମୂହ ଉଚ୍ଛିନ୍ନ ନଗରସମୂହ ମଧ୍ୟରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଧ୍ୱଂସସ୍ଥାନ ହୋଇ ରହିବ; ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।


କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।


Swiv nou:

Piblisite


Piblisite