Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:2 - ଓଡିଆ ବାଇବେଲ

2 ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମ; ବିଷୟକ କଥା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।

Gade chapit la Kopi

ପବିତ୍ର ବାଇବଲ

2 ମିଶର ଦେଶ ସମ୍ବନ୍ଧରେ ଏହି ବାର୍ତ୍ତା। ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର, ମିଶରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟ ସାମନ୍ତ ବିଷୟକ କଥା।

Gade chapit la Kopi




ଯିରିମୀୟ 46:2
16 Referans Kwoze  

ତାଙ୍କ ସମୟରେ ମିସ୍ରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।


“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’


ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,


ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,


ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;


ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;


କଲ୍‍ନୋ ସହର କି କର୍କମୀଶ୍‍ ସହର ତୁଲ୍ୟ ନୁହେଁ ? ହମାତ୍‍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ ?


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ। ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।


ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍‍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।


ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।


ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।


ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।


ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।


Swiv nou:

Piblisite


Piblisite