Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:1 - ଓଡିଆ ବାଇବେଲ

1 ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍‍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ହାୟ, ହାୟ, ନବୋ ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।

Gade chapit la Kopi

ପବିତ୍ର ବାଇବଲ

1 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋୟାବ ବିଷୟରେ ଏହା କହନ୍ତି, “ନବୋ ଧ୍ୱଂସ ହେବ, କିରିୟାଥୟିମ ଲଜ୍ଜିତ ହେବ। ତାହା କବଳିତ ହେବ ଏବଂ ପର୍ବତଗଣ ଲଜ୍ଜିତ ଓ ଭଗ୍ନ ହେବ।

Gade chapit la Kopi




ଯିରିମୀୟ 48:1
19 Referans Kwoze  

“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;


ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;’


ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”


“ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।


କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।


ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।


ତହୁଁ ସେମାନେ ଅଲମୋନ-ଦିବ୍‍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ।


ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।


ଏଥିଉତ୍ତାରେ ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା।


ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର


ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅଷ୍ଟରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,


ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍‍ କରି ଧୂଳିରେ ମିଶାଇ ଅଛନ୍ତି।


Swiv nou:

Piblisite


Piblisite