Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:11 - ଓଡିଆ ବାଇବେଲ

11 ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ଵାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 “ମୋୟାବ ଜନ୍ମରୁ ଦୁଃଖ କଷ୍ଟ ଜାଣି ନାହିଁ। ମୋୟାବ ଏକ ପାତ୍ରସ୍ଥ ମଦ ତୁଲ୍ୟ ସୁସ୍ଥିର ଅଛି। ସେ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ। କିଅବା ସେ ବନ୍ଦୀ ହୋଇ ଯାଇ ନାହିଁ, ଏଣୁ ତା'ର ସ୍ୱାଦ ତା’ ମଧ୍ୟରେ ଅଛି। ତାହାର ସୁବାସ ବିକୃତ ହୋଇ ନାହିଁ।”

Gade chapit la Kopi




ଯିରିମୀୟ 48:11
16 Referans Kwoze  

ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।


ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।


କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।


ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।”


ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।


ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।


ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା] ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।


‘ବାବିଲର ରାଜା ନବୂଖଦ୍‍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।’


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।


ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।


ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।


ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, “ମୁଁ ଶୁଣିବି ନାହିଁ;” ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।


ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।


Swiv nou:

Piblisite


Piblisite