Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:12 - ଓଡିଆ ବାଇବେଲ

12 ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳିପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ

12 ଆଉ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଲୋକ ପଠାଇ ତାକୁ ଢାଳି ପକାଇବା। ସେମାନେ ସେହି ପାତ୍ରକୁ ଢାଳି ଦେବେ ଓ ପାତ୍ରଗୁଡ଼ିକୁ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ। ଏପରି ସମୟ ଆସୁଅଛି।”

Gade chapit la Kopi




ଯିରିମୀୟ 48:12
14 Referans Kwoze  

କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।


ମୋୟାବର ସମସ୍ତ ଗୃହ ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।


ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।


ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”


ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି।


ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।”


ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।


ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,


ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।


କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।


ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


Swiv nou:

Piblisite


Piblisite