Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:37 - ଓଡିଆ ବାଇବେଲ

37 କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।

Gade chapit la Kopi

ପବିତ୍ର ବାଇବଲ

37 ସମସ୍ତେ ମସ୍ତକ ମୁଣ୍ଡନ କରିଛନ୍ତି ଓ ଦାଢ଼ି କ୍ଷୌର ହୋଇଛନ୍ତି। ପ୍ରତ୍ୟେକଙ୍କର ହାତ କାଟି ରକ୍ତାକ୍ତ ହୋଇଅଛି ଓ ପ୍ରତ୍ୟେକ କଟିଦେଶରେ ଚଟବସ୍ତ୍ର ପରିଧାନ କରିଛନ୍ତି।

Gade chapit la Kopi




ଯିରିମୀୟ 48:37
22 Referans Kwoze  

ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ ?


ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।


ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।


ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;


ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।


ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ ।


ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା ।


ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।


ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”


ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟୀଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।


ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।


ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।


ତହିଁରେ ସୁଗନ୍ଧିଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।


ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।


ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।


ପୁଣି, ସେମାନେ ଉଚ୍ଚ ସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।


ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।


“ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।


“ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍‍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମନ୍ତ ସୋରଠାରୁ କିଛି ବେତନ ପାଇଲେ ନାହିଁ;


ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି-ପକାଇ ସେମାନଙ୍କୁ ବିଦାୟ କରି ଦେଲା।


Swiv nou:

Piblisite


Piblisite