Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:25 - ଓଡିଆ ବାଇବେଲ

25 ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କିପାଁ ପରିତ୍ୟକ୍ତ ହୋଇ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?

Gade chapit la Kopi

ପବିତ୍ର ବାଇବଲ

25 “ସୁଖମୟ ଓ ‘ଆନନ୍ଦଦାୟକ’ ଦମ୍ମେଶକ ନଗର କିପରି ପରିତ୍ୟକ୍ତ ହୋଇଅଛି।

Gade chapit la Kopi




ଯିରିମୀୟ 49:25
10 Referans Kwoze  

ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।’”


ଶେଶକ୍‍ କିପରି ପରହସ୍ତଗତ ହୋଇଅଛି ! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍‍ ଧରା ପଡ଼ିଅଛି ! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି !


ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ୍, ତୁ ସନ୍ତାପର ପାତ୍ରୀ । କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା ।


ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?


ସେ କିପରି ଭଗ୍ନ ହୋଇଅଛି ! ଲୋକେ କିପରି ବିଳାପ କରୁଅଛନ୍ତି ! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇ ଅଛି ! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟ ସ୍ଥାନ ହେବ।”


ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।’


ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।


Swiv nou:

Piblisite


Piblisite