Biblia Todo Logo
Bib sou entènèt

- Piblisite -




ଯିରିମୀୟ 5:13 - ଓଡିଆ ବାଇବେଲ

13 ଆଉ, ଭବିଷ୍ୟଦ୍‍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପ କରାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଭବିଷ୍ୟଦ୍‍ବକ୍ତାମାନେ ବାୟୁ ତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।’”

Gade chapit la Kopi

ପବିତ୍ର ବାଇବଲ

13 ଆଉ ଭବିଷ୍ୟ‌ଦ୍‌ବକ୍ତାମାନେ ବାୟୁତୁଲ୍ୟ ହେବେ। ସେମାନଙ୍କ ଅନ୍ତରରେ ପ୍ରଭୁଙ୍କର ବାକ୍ୟ ନାହିଁ। ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”

Gade chapit la Kopi




ଯିରିମୀୟ 5:13
13 Referans Kwoze  

ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।


ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।”


“ତୁମ୍ଭେ କେତେ କାଳ ଏହିସବୁ କଥା କହିବ ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ ?


ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।


ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ତୁମ୍ଭେମାନେ କ’ଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ।


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍‍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।


ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।


ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।


ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ, ଏକଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;


Swiv nou:

Piblisite


Piblisite