Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:24 - ଓଡିଆ ବାଇବେଲ

24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।

Gade chapit la Kopi

ପବିତ୍ର ବାଇବଲ

24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାଶ ବସାଇଥିଲୁ, ଏବଂ ଅଜାଣତରେ ତୁମ୍ଭେ ସେହି ଫାଶରେ ପଡ଼ିଯାଇଛ। ତୁମ୍ଭକୁ ଧରାଗଲା କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲ

Gade chapit la Kopi




ଯିରିମୀୟ 50:24
17 Referans Kwoze  

ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?


ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର ?


“ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”


ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ ।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।


ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର ! ମୃତ୍ତିକା କ’ଣ ତା’ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ ? ଅବା ତୁମ୍ଭର କର୍ମ କ’ଣ କହିବ, ତାହାର ହସ୍ତ ନାହିଁ ?


ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।


କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ସଦାପ୍ରଭୁ କହନ୍ତି, “ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।


ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।”


କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;


Swiv nou:

Piblisite


Piblisite