Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:26 - ଓଡିଆ ବାଇବେଲ

26 ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତୁମ୍ଭେମାନେ ପ୍ରା; ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ତାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।

Gade chapit la Kopi

ପବିତ୍ର ବାଇବଲ

26 “ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହା ବିରୁଦ୍ଧରେ ଆସ। ତାହାର ଭଣ୍ଡାରସବୁ ଖୋଲିଦିଅ। ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶିପରି ଢିପି କର। ତାହାର କିଛି ଅବଶିଷ୍ଟ ରଖ ନାହିଁ।

Gade chapit la Kopi




ଯିରିମୀୟ 50:26
19 Referans Kwoze  

ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡ଼ୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”


ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ,” ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।


ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।


ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ୱରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହି ସବୁ ନିକ୍ଷେପ କଲେ ।


ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।


ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’ ଯିରିମୀୟଙ୍କ ବାକ୍ୟ ଏତିକି।”


ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।


ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।


ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି !


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।


କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।


ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।


ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;


ଆକାଶର ପକ୍ଷୀଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି । ତୁମ୍ଭମାନେ କ'ଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ ?


Swiv nou:

Piblisite


Piblisite