Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:31 - ଓଡିଆ ବାଇବେଲ

31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ

31 “ହେ ଉଦ୍ଧତ ବାବିଲ, ଆମ୍ଭେ ତୁମ୍ଭ ବିପକ୍ଷରେ ଅଛୁ।” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେହେତୁ ତୁମ୍ଭ ବିରୁଦ୍ଧରେ ଅଛୁ, ତେଣୁ ତୁମ୍ଭର ପ୍ରତିଫଳ ପାଇବାର ଦିନ ଆସିଅଛି।

Gade chapit la Kopi




ଯିରିମୀୟ 50:31
20 Referans Kwoze  

“ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।”


ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?”


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି ।


କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, "ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି'' ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।


“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍‍ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।


ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, “ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।”


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।


ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।


ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”


“ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି।


ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।”


ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ୱର ଶକ୍ତିମାନ ।


କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;


Swiv nou:

Piblisite


Piblisite