Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:15 - ଓଡିଆ ବାଇବେଲ

15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ତଳ ବିସ୍ତାର କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ସଦାପ୍ରଭୁ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନ ମଣ୍ଡଳ ବିସ୍ତାର କରିଅଛନ୍ତି।

Gade chapit la Kopi




ଯିରିମୀୟ 51:15
28 Referans Kwoze  

ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।


“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।


ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।


ଆହା ! ଈଶ୍ୱରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !


ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।


ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?


ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;


ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;


ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।


ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।


ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,


ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?


ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।


ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।


ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।


‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।


Swiv nou:

Piblisite


Piblisite