Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:20 - ଓଡିଆ ବାଇବେଲ

20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ଵରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ଵାରା ନାନା ଗୋଷ୍ଠୀଙ୍କି ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ନାନା ରାଜ୍ୟକୁ ସଂହାର କରିବା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;

Gade chapit la Kopi

ପବିତ୍ର ବାଇବଲ

20 ସଦାପ୍ରଭୁ ପୁଣି କହନ୍ତି, “ହେ ବାବିଲ, ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ। ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀକୁ ଧ୍ୱଂସ କଲୁ ଓ ନାନା ରାଜ୍ୟକୁ ସମ୍ପୂର୍ଣ୍ଣ ସଂହାର କଲୁ।

Gade chapit la Kopi




ଯିରିମୀୟ 51:20
20 Referans Kwoze  

ହେ ସିୟୋନ କନ୍ୟେ, ଉଠ, ଶସ୍ୟ ମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କ’ଣ ତୁମ୍ଭେ ଶୁଣି ନାହଁ ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ ।


ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି !


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।”


କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ ?


ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତ ଭାଗରୁ ଆସୁଅଛନ୍ତି।


ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।


ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;


ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍‍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।


ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟ ବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।


ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।


ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।


ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।


Swiv nou:

Piblisite


Piblisite