Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:45 - ଓଡିଆ ବାଇବେଲ

45 ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।

Gade chapit la Kopi

ପବିତ୍ର ବାଇବଲ

45 ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ବାବିଲରୁ ପଳାଇ ଯାଅ। ପ୍ରତ୍ୟେକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ନିଜକୁ ରକ୍ଷା କର।

Gade chapit la Kopi




ଯିରିମୀୟ 51:45
13 Referans Kwoze  

ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥି ନିମନ୍ତେ ତାହାଠାରୁ ବାହାରି ଆସ;


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”


ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍‍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,''


ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, "ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ" ।


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍‍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗସ୍ୱରୂପ ହୁଅ।


ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”


ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।”


ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।


ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।


ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।


Swiv nou:

Piblisite


Piblisite