Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:48 - ଓଡିଆ ବାଇବେଲ

48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ସେସମୟରେ ସ୍ଵର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।

Gade chapit la Kopi

ପବିତ୍ର ବାଇବଲ

48 ସେ ସମୟରେ ସ୍ୱର୍ଗ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବାବିଲ ବିଷୟରେ ଆନନ୍ଦରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।”

Gade chapit la Kopi




ଯିରିମୀୟ 51:48
15 Referans Kwoze  

ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି ।


ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।


କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।”


ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।


ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”


ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।


କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।


ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।


କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।


Swiv nou:

Piblisite


Piblisite