Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:58 - ଓଡିଆ ବାଇବେଲ

58 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

58 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳା; ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

58 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”

Gade chapit la Kopi

ପବିତ୍ର ବାଇବଲ

58 ପୁଣି ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦ‌ଗ୍‌ଧ ହେବ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଳାନ୍ତ ହେବେ। ମାତ୍ର ତାହା କିଛି ସାହାଯ୍ୟ କରିବ ନାହିଁ। ସେମାନେ ସେହି ଅଗ୍ନିଶିଖାରେ ଜାଳେଣି ସ୍ୱରୂପ ଦ‌ଗ୍‌ଧ ହେବେ।”

Gade chapit la Kopi




ଯିରିମୀୟ 51:58
13 Referans Kwoze  

ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ ?


ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’ ଯିରିମୀୟଙ୍କ ବାକ୍ୟ ଏତିକି।”


ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।


ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।


ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।


ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।


ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ।


ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।


ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।


ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।


Swiv nou:

Piblisite


Piblisite