Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:60 - ଓଡିଆ ବାଇବେଲ

60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍‍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ପୁସ୍ତକରେ ଲେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍‍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ

60 ଆଉ ଯିରିମିୟ ବାବିଲର ଭବିଷ୍ୟତରେ ଘଟିବାକୁ ଥିବା ସମସ୍ତ ଅମଙ୍ଗଳ କଥା ଏକ ପୁସ୍ତକରେ ଲେଖିଲେ।

Gade chapit la Kopi




ଯିରିମୀୟ 51:60
11 Referans Kwoze  

ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।


ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତ କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।


ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହି ସବୁ ଲିପିବଦ୍ଧ କର ।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।


ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।


ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,


ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।


Swiv nou:

Piblisite


Piblisite