Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:64 - ଓଡିଆ ବାଇବେଲ

64 ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’ ଯିରିମୀୟଙ୍କ ବାକ୍ୟ ଏତିକି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

64 ଆଉ, ତୁମ୍ଭେ କହିବ, ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳା; ହେବେ। ଯିରିମୀୟଙ୍କ ବାକ୍ୟ ଏତିକି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

64 ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’” ଯିରିମୀୟଙ୍କ ବାକ୍ୟ ଏତିକି।

Gade chapit la Kopi

ପବିତ୍ର ବାଇବଲ

64 ଆଉ ତୁମ୍ଭେ କହିବ, ‘ଆମ୍ଭେ ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହେବ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ଦୁଷ୍କର୍ମ କରିଅଛି।”’ ଯିରିମିୟଙ୍କ ବାର୍ତ୍ତା ଏହିଠାରେ ସମାପ୍ତ।

Gade chapit la Kopi




ଯିରିମୀୟ 51:64
16 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”


ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ। ଆୟୁବଙ୍କ କଥା ସମାପ୍ତ ହେଲା।


ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ୍ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ ।


ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।


ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି ।


ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି ।


ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ ?


ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି।


ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’


ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।


ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।


ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।


ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେମାନେ ସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ।”


“ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍‍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”


ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,


Swiv nou:

Piblisite


Piblisite