Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:18 - ଓଡିଆ ବାଇବେଲ

18 ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚାମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆହୁରି, ସେମାନେ ହାଣ୍ତି ଓ କରଚୁଲି, କତୁରୀ ଓ କୁଣ୍ତ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

18 ଆଉ ମଧ୍ୟ ସେମାନେ ରନ୍ଧାପାତ୍ର, ବେ‌‌ଲ୍‌‌ଗ୍ଭ, କଇଁଚି, ବେସିନ୍, କରେଇ ଏବଂ ପିତ୍ତଳର ସମସ୍ତ ଜିନିଷ ଯାହା ମନ୍ଦିରରେ ଉପାସନା ପାଇଁ ବ୍ୟବହାର ହୁଏ, ତାହା ନେଇଗଲେ।

Gade chapit la Kopi




ଯିରିମୀୟ 52:18
27 Referans Kwoze  

ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍‍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।


ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।


ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।


ପୁଣି, ହୂରମ୍‍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍‍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;


ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,


ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍‍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।


ମଧ୍ୟ ତାହାର ପିତା ହୂରମ୍‍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।


ଆଉ ହୂରମ୍‍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍‍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।


ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।


ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;


ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।


ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।


ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।


ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍‍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।


ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।


ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।


Swiv nou:

Piblisite


Piblisite