Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:7 - ଓଡିଆ ବାଇବେଲ

7 ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ରାତ୍ରିଯୋଗେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ଵାର-ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା-ପଥ ଦେଇ ଚାଲିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

7 ନଗରର ଏକ ସ୍ଥାନ ଭଗ୍ନ ହେବାରୁ ସମସ୍ତ ଯୋଦ୍ଧା ରାତ୍ରି ସମୟରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାରପଥ ଦେଇ ପଳାଇଲେ। ସେ ସମୟରେ କ‌‌ଲ୍‌‌ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଘେରି ରହିଥିଲେ। ସେମାନେ ପ୍ରାନ୍ତର ଆଡ଼କୁ ପଳାୟନ କଲେ।

Gade chapit la Kopi




ଯିରିମୀୟ 52:7
17 Referans Kwoze  

ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।”


ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥଦେଇ ଚାଲିଗଲେ।


ଏହେତୁ ସଦାପ୍ରଭୁ କହନ୍ତି, “ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା’ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା’ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ?


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”


ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,


ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ।


ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକଜଣ ମୋ’ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”


ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।


ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।


ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।


Swiv nou:

Piblisite


Piblisite