Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:11 - ଓଡିଆ ବାଇବେଲ

11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ଵାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।

Gade chapit la Kopi

ପବିତ୍ର ବାଇବଲ

11 ଏଣୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି ଓ ମୁଁ ତାହା ଧରି ରଖିବାରେ କ୍ଳାନ୍ତ ହୋଇଅଛି! “ସଦାପ୍ରଭୁଙ୍କ କ୍ରୋଧକୁ ରାସ୍ତାରେ କ୍ରୀଡ଼ାରତ ପିଲାମାନଙ୍କ ଉପରେ ଢାଳି ପକାଅ ଓ ସଭାରେ ଏକତ୍ରିତ ହୋଇଥିବା ଯୁବକମାନଙ୍କ ଉପରେ ଢାଳିଦିଅ, କାରଣ ସ୍ୱାମୀ, ସ୍ତ୍ରୀ, ବୃଦ୍ଧ ଓ ବୟସ୍କ ସମସ୍ତେ ଧରାଯିବେ।

Gade chapit la Kopi




ଯିରିମୀୟ 6:11
22 Referans Kwoze  

ଯଦି ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋ’ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।


ମାତ୍ର ଯାକୁବକୁ ତାହାର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ ।


ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ ।


ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା ।


କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ ।


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ପ୍ରବଳ ଥିଲା।


ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’


ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;


ସଦାପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।


ମୁଁ ଆମୋଦପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।


ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋ’ ଯୁବକଗଣକୁ ଦଳି ପକାଇବା ପାଇଁ ମୋ’ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।


ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।


ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର !” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋ’ ମୁଖକୁ ମଧୁପରି ଲାଗିଲା।


ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।


ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କ’ଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?”


ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।


Swiv nou:

Piblisite


Piblisite